ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନ ସାଢ଼େ ୪ଟାରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ନବୀନ । ବିଭିନ୍ନ ସରକାରୀ କାର୍ଯ୍ୟ ନେଇ ହୋଇପାରେ ଆଲୋଚନା। ତିନି ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ। ସରକାରୀ କାର୍ଯ୍ୟରେ ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ।

ଆସନ୍ତାକାଲି ମଧ୍ୟ କେତେକ ସରକାରୀ କାର୍ଯ୍ୟ ରହିଛି। କେନ୍ଦ୍ର ସରକାରଙ୍କ ପାଖରେ ବକେୟା କାର୍ଯ୍ୟ ନେଇ ଭେଟଘାଟ। ରାଜ୍ୟର ବିକାଶ ନେଇ ଆଲୋଚନା କରିବା ସହ ଓଡ଼ିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗକୁ ପ୍ରଧାନମନ୍ତ୍ରୀଙ୍କ ପାଖରେ ରଖି ପାରନ୍ତି ମୁଖ୍ୟମନ୍ତ୍ରୀ । ତେବେ ଗତ ୯ ତାରିଖରେ ଓଡ଼ିଶା ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ପୂର୍ବରୁ ମମତା ବାନାର୍ଜୀ ବି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ନୀତିଶଙ୍କ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା ବେଶ୍ ଜୋର ଧରିଛି ।

Leave a Reply

Your email address will not be published. Required fields are marked *