ଆସନ୍ତା ଜୁନ୍‍ ୩ ରୁ ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକକୁ ଉଡିବ ବିମାନ । ଏହି ସହରକୁ ସପ୍ତାହରେ ଦୁଇ ଦିନ ଉଡିବ ବିମାନ । ସିଙ୍ଗାପୁରକୁ ମଙ୍ଗଳବାର ଓ ଶନିବାର ବିମାନ ଯାତ୍ରା କରିବ ।

ଓଡ଼ିଶାବାସୀଙ୍କୁ ସ୍ୱଳ୍ପ ମୂଲ୍ୟରେ ଏହି ବିମାନ ସେବା ଯୋଗାଇ ଦେବାକୁ ଉଭୟ ସିଙ୍ଗାପୁର ଓ ବ୍ୟାଙ୍କକ ସହରକୁ ଯିବା ଓ ଆସିବା ପାଇଁ ପ୍ରାରମ୍ଭିକ ଭାବେ ଟିକେଟ ମୂଲ୍ୟ ୧୫ ହଜାର ଟଙ୍କା ରଖାଯାଇଛି । ଭୁବନେଶ୍ୱରରୁ ସିଙ୍ଗାପୁର ଅଭିମୁଖେ ବିମାନ ସକାଳ ୬ଟା ୨୫ରୁ ଉଡାଣ ଆରମ୍ଭ କରିବ । ସିଙ୍ଗାପୁରରେ ଦିନ ଗୋଟାଏ ପାଞ୍ଚ ମିନିଟରେ ବିମାନ ପହଞ୍ଚିବ । ସିଙ୍ଗାପୁରରୁ ବିମାନ ଦିନ ୨ଟା ୧୦ରୁ ବାହାରି ଅପରାହ୍ନ ୩ଟା ୫୦ ମିନିଟରେ ଭୁବନେଶ୍ବରର ପହଞ୍ଚିବ । ଭୁବନେଶ୍ୱରରୁ ବ୍ୟାଙ୍କକ ବିମାନ ଅପରାହ୍ନ ୪ଟା ୫୦ ମିନିଟରେ ବାହାରି ରାତି ୯ଟା ୧୦ରେ ବ୍ୟାଙ୍କକରେ ପହଞ୍ଚିବ । ବ୍ୟାଙ୍କକରୁ ବିମାନ ରାତି ୧୦ଟା ୧୦ ମିନିଟରେ ବାହାରି ରାତି ୧୧ଟା ୧୫ ମିନିଟରେ ଭୁବନେଶ୍ବରରେ ପହଞ୍ଚିବ ।

Leave a Reply

Your email address will not be published. Required fields are marked *