ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା । ଆଜି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗଂଜାମ , ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।ଏଥିସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିପାରେ ପବନ।ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ପ୍ରଭାବ ଅଧିକ ହେବା ସମ୍ଭାବନା ରହିଛି। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ବି ରହିଛି। ସେହିପରି ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା କାଲି କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବା ପରେ ୩୦ରୁ ପୁଣି ପ୍ରଭାବ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ଅନ୍ୟପଟେ ଅଧା ଓଡ଼ିଶାକୁ କାଳବୈଶାଖୀ ଆଲର୍ଟ ଜାରୀ କରାଯାଇଛି ।୧୫ ଜିଲ୍ଲାକୁ କାଳବୈଶାଖୀ ବର୍ଷା ସହ ବଜ୍ରପାତ ଆଲର୍ଟ କରାଯାଇଛି । ଏହି ସମୟରେ ପ୍ରବଳ ବେଗରେ ପବନ ବହିବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *