ଓଡ଼ିଶା ପ୍ରାଣୀ ଚିକିତ୍ସାସେବା କ୍ୟାଡର ସଂଘର ପ୍ରତିନିଧିଙ୍କ ସହିତ ସେମାନଙ୍କର ବିଭିନ୍ନ ଦାବି ସଂପର୍କରେ ଆଜି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଆଲୋଚନା କରିଛନ୍ତି । କୃଷିଭବନଠାରେ ଆୟୋଜିତ ବୈଠକରେ ସମସ୍ତ ୩୦ଟି ଜିଲ୍ଲାର ଓଡ଼ିଶା ପ୍ରାଣୀ ଚିକିତ୍ସାସେବା କ୍ୟାଡର ପ୍ରତିନିଧିମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଓଡ଼ିଶା ପ୍ରାଣୀ ଚିକିତ୍ସା ସେବା କ୍ୟାଡର ଚାକିରି ସର୍ତ୍ତାବଳୀର ବିଭିନ୍ନ ଦିଗ ସଂପର୍କରେ ବିଶଦ ଭାବରେ ତର୍ଜମା କରାଯାଇ ଆବଶ୍ୟକ
ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ । ବୈଠକରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟଙ୍କ ସମେତ ସମସ୍ତ ଜିଲ୍ଲାର ସିଡିଭିଓମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *