ରାଜ୍ୟ ମନ୍ତ୍ରିମଣ୍ଡଳ ଅଦଳ ବଦଳ। ବାଚସ୍ପତି ବିକ୍ରମ ଆରୁଖଙ୍କ ପରେ ଇସ୍ତଫା ଦେଲେ ଦୁଇ ମନ୍ତ୍ରୀ । ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଛନ୍ତି ।

ଏହି ଦୁଇ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ପରେ ରାଜ୍ୟ ମନ୍ତ୍ରିମଣ୍ଡଳରେ ଅଦଳ ବଦଳ ଏକପ୍ରକାର ସ୍ପଷ୍ଟ ହୋଇଛି । ଉଭୟ ମନ୍ତ୍ରୀ ନବୀନ ସରକାରରେ ବିବାଦୀୟ ଥିଲେ । ପୁରୀ ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ମାମଲାରେ ସମୀର ଦାସଙ୍କ ଉପରଙ୍କୁ ଆଙ୍ଗୁଳି ଉଠିଥିଲା । ସେହିଭଳି ନିକଟରେ ପୁରୀ ଜିଲ୍ଲା ପରିଷଦ ଜୋନ୍ ନିର୍ବାଚନରେ ମଧ୍ୟ ବିଜେଡି ପ୍ରାର୍ଥୀଙ୍କ ପରାଜୟ ପରେ ସମୀରଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଥିଲା ।
ଏପଟେ କିଛି ଦିନ ତଳେ ବିଜେଡିର ଜଣେ ମହିଳା କର୍ମୀ,ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ନିର୍ଯାତନା ନେଇ ଥାନାରେ ଏତଲା ଦେଇଥିଲେ। ଏହାକୁ ନେଇ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମଧ୍ୟ ବିବାଦରେ ଥିଲେ ।

ତେବେ ଦୁଇ ମନ୍ତ୍ରୀଙ୍କ ପୂର୍ବରୁ ବାଚସ୍ପତି ବିକ୍ରମ ଆରୁଖ ଇସ୍ତଫା ଦେଇଛନ୍ତି । ବିକ୍ରମ ଆରୁଖ ଆଜି ହଠାତ ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ସେ ପଦବୀରୁ ଇସ୍ତଫା ଦେଇଥିବା କହିଛନ୍ତି । ସେ ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *